ଭିଡିଓ କନ୍‌ଫରେନ୍ସ ଜରିଆରେ ଘୋଷଣା ହେଲା ଟଙ୍କା

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକରେ ସରକାରଙ୍କ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ସମସ୍ତ ୨୧ଟି ପଂଚାୟତ ପାଇଁ ୫୨ଟି ପ୍ରକଳ୍ପ ମାଧ୍ୟମରେ ୪ କୋଟି ୮୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ। ଏଠାରେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ନୃସିଂହ ସାହୁ, ଜିଲ୍ଲାପାଳ ନିଖିଲପବନ କଲ୍ୟାଣ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ମିନତୀ ନାୟକ, […]

04889e33-d082-4e3e-a4d4-e240ba5c027b

Ordigital Desk
  • Published: Thursday, 07 June 2018
  • , Updated: 07 June 2018, 03:36 PM IST

କାମାକ୍ଷାନଗର (ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକରେ ସରକାରଙ୍କ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ସମସ୍ତ ୨୧ଟି ପଂଚାୟତ ପାଇଁ ୫୨ଟି ପ୍ରକଳ୍ପ ମାଧ୍ୟମରେ ୪ କୋଟି ୮୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ।

ଏଠାରେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ନୃସିଂହ ସାହୁ, ଜିଲ୍ଲାପାଳ ନିଖିଲପବନ କଲ୍ୟାଣ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ମିନତୀ ନାୟକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ନରୋତ୍ତମ ବେହେରା, ଉପଜିଲ୍ଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁ, ବିଡିଓ ଦେବଦତ୍ତ ମହନ୍ତ, ଭୁବନ ବିଡିଓ ବସନ୍ତ କୁମାର ମାଝି, କଙ୍କଡାହାଡ଼ ତାହସିଲଦାର ସୁଜାତା ଶୁଭଦର୍ଶିନୀ, ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, କଙ୍କଡାହାଡ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀ ମହାନ୍ତ, ଜିଲ୍ଲା ପରିଷଦ ସଭ୍ୟା ସୁକାନ୍ତି ପ୍ରଧାନ, ସରପଞ୍ଚ ସୁଶାନ୍ତ ସାହୁ, ରାଜେନ୍ଦ୍ର ସ୍ଵାଇଁ, ଗୁଣାନିଧି ସାହୁଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଠାରେ ବ୍ଲକର ବିଭିନ୍ନ ପଂଚାୟତରୁ ଲୋକ ପ୍ରତିନିଧି ଓ ବିଭିନ୍ନ ପଞ୍ଚାୟତରୁ ୧୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା।

Related story