ଆଜି ବି ଚାଲିବ ଏମାର ମଠ ଉଚ୍ଛେଦ କାର୍ଯ୍ୟ

ପୁରୀ (ମଧୁସୂଦନ ମିଶ୍ର):  ଗତକାଲି ଅଧାରେ ଅଟକିଥିବା ଏମାର ମଠର ଉଚ୍ଛେଦ କାର୍ଯ୍ୟ ଆଜି ମଧ୍ୟ ଚାଲିବ । ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି  ଛିଡ଼ା ହୋଇଥିବା ଏହି ମଠକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ ନଜରକୁ ଆସିଛି କିଛି ଗୁପ୍ତ କୋଠରୀ। ଉପର ତଳ ହୋଇ ୬ଟି ରହସ୍ୟଜନକ ଅନ୍ଧାର କୋଠରୀ ଓ ଅଜଣା ସୁଡ଼ଙ୍ଗ ଥିବା ଜଣାଯାଇଛି । ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। […]

puri-2..1

puri-2..1

Jyoshna Pradhan
  • Published: Friday, 30 August 2019
  • Updated: 30 August 2019, 11:47 AM IST

ପୁରୀ (ମଧୁସୂଦନ ମିଶ୍ର):  ଗତକାଲି ଅଧାରେ ଅଟକିଥିବା ଏମାର ମଠର ଉଚ୍ଛେଦ କାର୍ଯ୍ୟ ଆଜି ମଧ୍ୟ ଚାଲିବ । ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି  ଛିଡ଼ା ହୋଇଥିବା ଏହି ମଠକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ ନଜରକୁ ଆସିଛି କିଛି ଗୁପ୍ତ କୋଠରୀ। ଉପର ତଳ ହୋଇ ୬ଟି ରହସ୍ୟଜନକ ଅନ୍ଧାର କୋଠରୀ ଓ ଅଜଣା ସୁଡ଼ଙ୍ଗ ଥିବା ଜଣାଯାଇଛି । ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି।

ବର୍ଷ ବର୍ଷ ଧରି ବନ୍ଦ ପଡ଼ିଥିବା ଏମାର ମଠର କୋଠରୀକୁ ଭଙ୍ଗାଯିବା ବେଳେ ଲୋକଙ୍କ ଭିଡ଼ ଜମିଥିଲା। ଏହା ଭିତରେ ବିଷଧର ସର୍ପ ଥିବା ଆଶଙ୍କାରେ ଜିଲ୍ଲା ପ୍ରଶାସନ ସ୍ନେକ ହେଲ୍ପଲାଇନ୍‌ର ସାହାଯ୍ୟ ବି ନେଇଥିଲା । ଗବେଷକଙ୍କ ମତରେ ଦ୍ୱାଦଶ ଶତାଦ୍ଦୀରେ ସନ୍ଥ ରାମାନୁଚାର୍ଯ୍ୟଙ୍କ ପୁରୀ ଆଗମନ ସମୟରେ ଏହି ମଠର ନିର୍ମାଣ ହୋଇଥିବା ଅନୁମାନ କରାଯାଏ । ଶ୍ରୀମନ୍ଦିର ଚୌହଦି ସଫା ଅଭିଯାନକ୍ରମେ ଦ୍ୱିତୀୟ ମଠ ଭାବେ ଏମ୍ଆର ମଠର ପାଳି ପଡିଛି। ଏହା ପୂର୍ବରୁ ଲଙ୍ଗୁଳି ମଠ ଉଚ୍ଛେଦ ସରିଛି  ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos