ଯାଜପୁର(ଗୁଲାମ ଗସ୍): ଆମ୍ୱୁଲାନ୍ସ ଧକ୍କାରେ ବାଇକ୍ ଚାଳକଙ୍କ ସମେତ ୩ ଜଣଙ୍କ ଜୀବନ ଚାଲିଗଲା। ଆଜି ଏମିତି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଯାଜପୁର ଜିଲ୍ଲା ନେଉଳପୁର ନିକଟରେ ଘଟିଛି। ତେବେ ଆମ୍ୱୁଲାନ୍ସ ଧକ୍କାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିଚୟ ମିଳିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି।
ଆଜି ଭଦ୍ରକ ଅଭିମୁଖେ ଏକ ଖାଲି ଆମ୍ୱୁଲାନ୍ସ ୧୬ ନମ୍ୱର ଜାତୀୟ ରାଜପଥରେ ଯାଉଥିଲା। ତେବେ ନେଉଳପୁର ନିକଟରେ ଆମ୍ୱୁଲାନ୍ସଟି ସମ୍ମୁଖରେ ଆସୁଥିବା ଏକ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ବାଇକ୍ ଚାଳକ ଓ ବାଇକ୍ରେ ବସିଥିବା ଜଣେ ମହିଳା ଏବଂ ଶିଶୁଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଆମ୍ୱୁଲାନ୍ସ ଛାଡ଼ି ଚାଳକ ଫେରାର ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି
ସୂଚନାରୁ ପ୍ରକାଶ, ଏନ୍ଏଚ୍ରେ କାମ ଚାଲିଥିବାରୁ ଯୋଗୁଁ ଗୋଟିଏ ପଟେ ଗାଡ଼ି ଯାଉଥିଲା। ଯେଉଁଥିପାଇଁ ଦୁର୍ଘଟଣା ଘଟିଥିବା ଅନ୍ୟ ଏକ କାରଣ ବୋଲି ସାଧାରଣରେ ଆଲୋଚନା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।