କଲ୍ୟାଣିସିଂହପୁର(ମାଉଡି ବାରିକ): ଅଧା ବାଟରେ ପଙ୍କଚର ହେଲା ଆମ୍ବୁଲାନ୍ସ। ଚାଲିଗଲା ରୋଗୀଙ୍କ ଜୀବନ। ଆଜି ଏଭଳି ଏକ ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ।
କରବା ଗାଁର ସମନାଥ ବିଦିକାଙ୍କ ପତ୍ନୀ କଲ୍ୟାଣୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ମେଡିକାଲ୍ ନେବା ପାଇଁ ୧୦୮ ଆମ୍ୱୁଲାନ୍ସକୁ ଫୋନ୍ କରିଥିଲେ। ଫୋନ ପାଇବା ପରେ ଆମ୍ୱୁଲାନ୍ସ ନିର୍ଦ୍ଧାରିତ ସମୟରେ ଗାଁରେ ପହଞ୍ଚଥିଲା। ଆଉ ତା’ପରେ ଆମ୍ୱୁଲାନ୍ସ ରୋଗୀଙ୍କୁ ଧରି କଲ୍ୟାଣସିଂହପୁର ମେଡିକାଲ୍ ଫେରୁଥିଲା।
ତେବେ ମେଡିକାଲ୍ଠାରୁ ମାତ୍ର ୪ କିମି ଦୂରରେ ଆମ୍ୱୁଲାନ୍ସ ଚକା ପଙ୍କଚର ହୋଇଯାଇଥିଲା। ପରେ ପ୍ରାୟ ଘଣ୍ଟାଏ ବିଳମ୍ୱରେ ଅନ୍ୟ ଏକ ଆମ୍ୱୁଲାନ୍ସରେ ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଳମ୍ୱରେ ମେଡିକାଲ୍ ଆସିଥିବାରୁ ରୋଗୀର ଜୀବନ ଯାଇଥିବା ଅଭିଯୋଗ ହେଉଛି।
ଅଧା ରାସ୍ତାରେ ଆମ୍ୱୁଲାନ୍ସ ପଙ୍କଚର ହେବା ଯୋଗୁ ସମନାଥଙ୍କ ମୃତ୍ୟୁ ଘଟିଥିବା ତାଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ- ପ୍ରବାସୀମାନେ କଲଚରାଲ ଆମ୍ବାସଡର
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।