ଭଦ୍ରକ(ପାର୍ଥ ସାରଥୀ ନାୟକ) : ଭଦ୍ରକ ଜିଲ୍ଲା ରାହାଞ୍ଜ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ରୋଗୀଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ଘଟାଇ ଡ୍ରାଇଭର ଛୁ ମାରିଥିବା ବେଳେ ଆହତମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ରୋଗୀ, ତାଙ୍କ ପତ୍ନୀ ଓ ୨ ପୁଅ ଅଛନ୍ତି।
ସୂଚନାଯୋଗ୍ୟ, ଭୋଗରାଇ ନହରା ଗାଁର ଭବଶଙ୍କର ମିଶ୍ରଙ୍କୁ ପରିବାର ଲୋକେ କଟକ ଆଣିଥିଲେ। କଟକରୁ ଫେରିବା ବାଟରେ ଭୋର ୪.୩୦ ରେ ରାହାଞ୍ଜ ଛକ ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା। ଏହି ଦୁର୍ଘଟଣାରେ ଭବଶଙ୍କରଙ୍କ ସମେତ ତାଙ୍କ ୨ ପୁଅ ସୁଶାନ୍ତ ମିଶ୍ର, ସୁମନ୍ତ ମିଶ୍ର ଓ ପତ୍ନୀ ଶାନ୍ତିଲତା ମିଶ୍ର ଆହତ ହୋଇ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।