ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ସୀମାନ୍ତ ଲକ୍ଷ୍ମଣନାଥ ଗେଟ୍ ନିକଟରେ ଗତକାଲି ରାତି ପ୍ରାୟ ୨ଟା ବେଳେ ଏକ ଆମ୍ୱୁଲାନ୍ସ ଭାରସାମ୍ୟ ହରାଇ ଟ୍ରକ୍ ପଛରେ ପିଟି ହେବାରୁ ଦୁଇ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ ଗୁରୁତର ଆହତ ମଧ୍ୟ ହୋଇଛନ୍ତି।
ଜଣେ ରୋଗୀଙ୍କର ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ପ୍ରାୟ ୮ଟା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।
ଗୁରୁତର ଭାବେ ଆହତ ଅନ୍ୟ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଥିବାବେଳେ ଆଉ ଦୁଇ ଜଣଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରାଯାଇଛି।
ମୃତାହତମାନେ ପଶ୍ଚିମବଙ୍ଗର ବାଙ୍କୁଡ଼ାର ବିଷ୍ଣୁପୁର ଅଞ୍ଚଳ ବୋଲି ଜଣାପଡ଼ିଛି।
ଦୁର୍ଘଟଣାଗ୍ରସ୍ତ ହୋଇଥିବା ଆମ୍ୱୁଲାନ୍ସରେ ଡ୍ରାଇଭରକୁ ମିଶାଇ ୬ ଜଣ ଥିଲେ। ଆମ୍ୱୁଲାନ୍ସଟି ପଶ୍ଚିମବଙ୍ଗରୁ ରୋଗୀ ନେଇ କଟକ ବଡ଼ ଡାକ୍ତରଖାନା ଯାଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।