ବାରିପଦା (ମାଣିକଲାଲ୍ ପାଣି): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅନ୍ତର୍ଗତ ବେଲାମ୍ ଛକରେ ଏକ ଆମ୍ୱୁଲାନ୍ସ ଓଲଟି ପଡ଼ିଛି। ଫଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନ୍ୟ ଏକ ଆମ୍ୱୁଲାନ୍ସ ଯୋଗେ ବାରିପଦା ଡାକ୍ତରଖାନାକୁ ପଠାଇଛନ୍ତି।
ସୂଚନା ଅନୁସାରେ, ଏକ ୧୦୮ ଆମ୍ୱୁଲାନ୍ସ ଉଦଳା ଡାକ୍ତରଖାନାରୁ ଜଣେ ସାପ କାମୁଡ଼ା ରୋଗୀଙ୍କୁ ବାରିପଦା ଡାକ୍ତରଖାନା ଆଣୁଥିଲେ। ଏହି ସମୟରେ ଉଦଳା-ବାରିପଦା ରାସ୍ତାର ବେଲାମ୍ ପଟୁ ଏକ ବାଇକ୍ ହଠାତ୍ ରାସ୍ତା ଉପରକୁ ଚାଲି ଆସିଥିଲା। ବାଇକ୍ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଆମ୍ବୁଲାନ୍ସ ଚାଳକ ଜୋର୍ରେ ବ୍ରେକ୍ ମାରି ଦେବାରୁ ଗାଡ଼ିଟି ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏଥିରେ ଆମ୍ୱୁଲାନ୍ସ ଡ୍ରାଇଭର, ଜଣେ କର୍ମଚାରୀ ଏବଂ ରୋଗୀ ଓ ତାଙ୍କ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।