ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୁଣିଥରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ସେ କେନ୍ଦୁଝର ଆସି ମେଡିକାଲ କଲେଜ ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗଦେବେ। ମିଶନ ୧୨୦କୁ ସଫଳ କରିବା ପାଇଁ ବିଜେପି କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ।
ଶାହଙ୍କ ଗସ୍ତକୁ ନେଇ ବିଜେପି ଶିବିର ଚଳଚଞ୍ଚଳ ହୋଇ ଉଠିଛି। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ୍ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୭ ତାରିଖରେ ଶାହ ପୁଣି ଥରେ ଓଡ଼ିଶା ଆସିବେ। ବଡ଼ମ୍ବା ଓ ଢେଙ୍କାନାଳ ସଭାରେ ସେ ଯୋଗଦେବେ।
ଆସନ୍ତା ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସମ୍ବଲପୁର ଓ ଭୁବନେଶ୍ୱରରେ ସାଧାରଣ ସଭାକୁ ସମ୍ବୋଧନ କରିବେ ମୋଦି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।