କାଲି ଓଡ଼ିଶା ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅନ୍ୟ କାର୍ଯ୍ୟକ୍ରମରେ ବି ସାମିଲ ହେବେ । ଶାହଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ଏନେଇ ବିଜେପି ରାଜ୍ୟ ସଭାପତି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଆସନ୍ତାକାଲି ସନ୍ଧ୍ୟାରେ ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚି ରାତ୍ରି ଯାପନ କରିବେ।  ୮ ତାରିଖ  […]

amit-saha

amit-saha

Niharika Rout
  • Published: Saturday, 06 August 2022
  • Updated: 06 August 2022, 06:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅନ୍ୟ କାର୍ଯ୍ୟକ୍ରମରେ ବି ସାମିଲ ହେବେ । ଶାହଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।

ଏନେଇ ବିଜେପି ରାଜ୍ୟ ସଭାପତି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଆସନ୍ତାକାଲି ସନ୍ଧ୍ୟାରେ ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚି ରାତ୍ରି ଯାପନ କରିବେ।  ୮ ତାରିଖ  ଶ୍ରାବଣ ମାସ ଶେଷ ସୋମବାର ହୋଇଥିବାରୁ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ଅମୃତ ମହୋତ୍ସବ ଅବସରରେ ନେତାଜୀଙ୍କ ଜନ୍ମସ୍ଥାନ କଟକ ଯାଇ ତାଙ୍କ ଜନ୍ମପୀଠ ବୁଲିବେ। ସେଠାରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ପ୍ରଜାତନ୍ତ୍ରର ୭୫ ବର୍ଷ ପାଳନ ଅବସରରେ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ସେଠାରୁ ଭୁବନେଶ୍ୱର ଫେରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ଅପରାହ୍ନ ୫ଟାରେ ମୋଦି@20 ଡିଜିଟାଲ ଇଣ୍ଡିଆର ଉନ୍ମୋଚନ କରିବେ।  ଅପରାହ୍ନ ୬ଟା୧୫ରେ ଭୁବନେଶ୍ୱର ଛାଡ଼ିବେ ଶାହ।

ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି,  ଅମୃତ ମହୋତ୍ସବତଥା ତିରଙ୍ଗା ଯାତ୍ରା ଅବସରରେ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ  ବିଜେପି କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଭରି ଯାଇଛି। ଶାହଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos