ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱର ଆସୁଛନ୍ତି। କାଲି ସେ ସକାଳ ୧୦ଟା ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ସେ ଲୋକସେବା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ଟା ୪୦ରୁ ଅପରାହ୍ମ ୨ଟା ଯାଏ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ୨ଟା ୩୦ରୁ ଅପରାହ୍ଣ ୪ଟା ଯାଏ ଜନତା ମଇଦାନରେ CAA ସମର୍ଥନରେ ସଭା କରିବେ।
ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିବେ। ଏହି ବୈଠକରେ ସବୁ ବିଧାୟକ, ସବୁ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଜିଲ୍ଲା ସଭାପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହିବେ। ଏଥିରେ ସାଂଗଠନିକ ସ୍ଥିତି ଓ ଆଗାମୀ ରଣନୀତି ଉପରେ ଆଲୋଚନା ହେବ। ୨୯ ତାରିଖ ସକାଳେ ଶ୍ରୀଜଗନ୍ନାଥ ଓ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଅମିତ ଶାହ ଦିଲ୍ଲୀ ଫେରିଯିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।