Advertisment

ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ ଅମିତ୍ ଶାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ  ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀ ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ୧୫ ତାରିଖ ସକାଳେ ଶ୍ରୀ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ […]

୨୯ରେ ଆସିବେ ଅମିତ ଶାହ

amit12

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ  ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଶ୍ରୀ ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ୧୫ ତାରିଖ ସକାଳେ ଶ୍ରୀ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ଦୁର୍ଗାପାଲି ପଡ଼ିଆକୁ ଯିବେ। ସେଠାରୁ ମା’ ସମଲେଶ୍ୱରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ପରେ ଜେଲଛକ ନିକଟରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ମଧ୍ୟାହ୍ନରେ ଶ୍ରୀ ଶାହ ସିଟି ଷ୍ଟେସନ ନିକଟସ୍ଥ ଜୟଗୁରୁ ମନ୍ଦିର ପାଖ ପଡ଼ିଆରେ କର୍ମକର୍ତ୍ତାଙ୍କ ବିଶାଳ ସମାବେଶରେ ଯୋଗ ଦେବେ। ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ଲୋକସଭା ମଣ୍ଡଳୀର ବୁଥସ୍ତରୀୟ କର୍ମକର୍ତ୍ତାଙ୍କ ସହ ସାଙ୍ଗଠନିକ ସ୍ଥିତି ଓ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଶ୍ରୀ ସେ ଆଲୋଚନା କରିବେ। ଅପରାହ୍ନରେ ଶ୍ରୀ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe