ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୫ ତାରିଖରେ ପୁଣି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଏହି ଦିନ ଶାହ ସମ୍ବଲପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ୪ଟି ଲୋକସଭା କ୍ଷେତ୍ରର ସଂଗଠକମାନଙ୍କ ସହ ଆଲୋଚନା କରିବେ।
ସଭାରେ ଢେଙ୍କାନାଳ, ସମ୍ବଲପୁର, ବରଗଡ଼ ଏବଂ ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବୁଥ୍ ସଭାପତି, ସଂପାଦକ ଓ ପ୍ରଭାରୀମାନଙ୍କୁ ଗୁରୁମନ୍ତ୍ର ଦେବେ ଶାହ। କାର୍ଯ୍ୟକ୍ରମରେ ପ୍ରାୟ ୬୦ ହଜାର ବୁଥ୍ ସ୍ତରୀୟ ସଂଗଠକ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା।
ଗତ ରବିବାର ପୁରୀ ଗସ୍ତରେ ଆସି ଆକ୍ରମଣାତ୍ମକ ଭଙ୍ଗିରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ଶାହ। ପୁରୀ ସମାବେଶରେ ସିଧାସିଧା ନବୀନ ସରକାରଙ୍କୁ ଟାର୍ଗେଟ କରିବା ସହ ବିଜେଡିକୁ ଓପାଡ଼ି ଫୋପାଡ଼ି ଦେବାକୁ ସେ ଆହ୍ୱାନ ଦେଇଥିଲେ।
ଉଭୟ କଂଗ୍ରେସ ଓ ବିଜେଡି ଅମଳରେ ଓଡ଼ିଶାର ବିକାଶ ହୋଇନାହିଁ ବୋଲି ଶାହ କହିବା ସହ ବିଜେଡିକୁ କଂଗ୍ରେସର ବି ଟିମ୍ ବୋଲି ଆକ୍ଷେପ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Education
ଷ୍ଟାଫ୍ ସିଲେକ୍ସନ୍ କମିଶନରୁ ହଟିନି ଦୁର୍ନୀତି ଓ ଅନିୟମିତତାର ଦାଗ !
ପିଲାଙ୍କୁ ଗ୍ରେସ ମାର୍କ ଦେବା ବାହାନାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି।
Guest Column
ଜନଶୃତି କ’ଣ ଇତିହାସ ?
ବହୁ ସମୟରେ ଜନଶୃତିମାନଙ୍କୁ ଇତିହାସ ବୋଲି ଆମ ସମାଜରେ ଧରିନିଆଯାଇଛି। ଏହା ଦ୍ଵାରା ଜିଜ୍ଞାସା ବଦଳରେ ଔଲକିକତାକୁ ପୀଢି ପୀଢି ଧରି ପ୍ରକୃତ ଜ୍ଞାନ ବୋଲି ଆମର ସମାଜ ଜାଣୁଛି। ଫଳରେ, ପୁରାଣକୁ ଇତିହାସ ମନେକରି ଅନେକ ମଣିଷ ଯୁକ୍ତି କରିବା ମଧ୍ୟ ମୁଁ ଶୁଣିଛି।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।