ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରଦାନ କରାଯାଇଛି ଅରିନ୍ଦମ ଦାସ ସ୍ମାରକୀ ସ୍କଲାର୍ସିପ୍। ସମ୍ୱଲପୁର ୟୁନିଭର୍ସିଟି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇନ୍ଫର୍ମେସନ୍ ଟେକ୍ନୋଲୋଜି(SUIIT)ର କମ୍ପ୍ୟୁର ସାଇନ୍ସ ଇଂଜିନିୟରିଂ ଛାତ୍ର ଅମ୍ଳାନ ନନ୍ଦ ମିଳିଛି ଏହି ସ୍କଲାର୍ସିପ୍। ଭୁବନେଶ୍ୱର ଓଟିଭି ମୁଖ୍ୟ କାର୍ଯ୍ୟାଳୟରେ ଅମ୍ଲାନଙ୍କ ବାପାଙ୍କୁ ସ୍କଲାରସିପ୍ ରାଶି ପ୍ରଦାନ କରିଛନ୍ତି ଓଟିଭି ନ୍ୟୁଜ୍ ଏଡିଟର ରାଧାମାଧବ ମିଶ୍ର। ଅମ୍ଲାନଙ୍କ କଲେଜ୍ ଫି’ ଓ ବାର୍ଷିକ ହଷ୍ଟେଲ୍ ଫି’ ବାବଦ ସମସ୍ତ ରାଶି ଦିଆଯାଇଛି।
ଅମ୍ଲାନ୍ ଏବେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ସାଇନ୍ସ ଇଂଜିନିୟରିଂରେ ତୃତୀୟ ବର୍ଷ ଛାତ୍ର। ପାଠ ପଢ଼ା ସୁବିଧା ପାଇଁ OTV ପକ୍ଷରୁ ତାଙ୍କୁ ଏହି ସ୍କଲାରର୍ସିପ୍ ଦିଆଯାଇଛି। ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରଲୋକକୁ ବର୍ଷେ ପୂରିଛି। ତାଙ୍କ ସ୍ମୃତିରେ ଓଟିଭି ପକ୍ଷରୁ ଏହି ସ୍କଲାର୍ସିପ୍ ବ୍ୟବସ୍ଥା ଆରମ୍ଭ ହୋଇଛି। ପ୍ରତିବର୍ଷ ଆର୍ଥିକ ଅନଗ୍ରସର ବର୍ଗର ଜଣେ କୃତୀ ଛାତ୍ରଙ୍କୁ ଏହି ସହାୟତା ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।