ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାରାଦୀପ ଠାରୁ ଦିଗ ବଦଳାଇଲା ବାତ୍ୟା ‘ଅମ୍ଫାନ’। ଏହା ଏବେ ପାରାଦୀପ ଠାରୁ ପୂର୍ବ ଓ ଦକ୍ଷିଣ-ପୂର୍ବ ଦିଗରେ ଗତି କରୁଛି। ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ ଏହି ସୂଚନା ଦେଇଛନ୍ତି।
‘ଅମ୍ଫାନ’ ଏବେ ପାରାଦୀପ ଠାରୁ ୧୨୫ କିଲୋମିଟର ଦୂରରେ ରହିଛି। ସେହିପରି ଦୀଘା ଠାରୁ ୨୪୦ କିମି ଓ ବାଂଲାଦେଶ କ୍ଷେତିପୁରା ଠାରୁ ୩୯୫ କିମି ଦୂରରେ ରହିଛି।
ଶ୍ରୀ ବିଶ୍ୱାସ କହିଛନ୍ତି, ଅପରାହ୍ନରେ ଦୀଘା ଓ ହାତିଆ ମଧ୍ୟବର୍ତ୍ତୀ ସୁନ୍ଦରବନ ପାଖରେ ଲ୍ୟାଣ୍ଡଫଲ୍ କରିବ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୧୫୫ରୁ ୧୬୫ କିମି ରହିବା ସମ୍ଭାବନା ରହିଛି। ଲ୍ୟାଣ୍ଡଫଲ୍ ପରେ କୋଲକାତା ପାଖରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ଏହା ଗତି କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନନ୍ଦନକାନନରେ ନୂଆ ଅତିଥି; କିଛି ଗଲେ, କିଛି ଆସିଲେ
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।