ଢେଙ୍କାନାଳ(ରାଜଶ୍ରୀ ଶତପଥୀ):ଢେଙ୍କାନାଳ ଜେଲ୍ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କର ଗତରାତିରେ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ମୃତ ବିଚାରାଧୀନ କଏଦୀ ହେଲେ ସ୍ଥାନୀୟ ହରିପୁର ଅଞ୍ଚଳର ବ୍ରହ୍ମାନନ୍ଦ ଦେହୁରୀ ।
ବ୍ରହ୍ମାନନ୍ଦ ଏକ ହତ୍ୟା ମାମଲାର ବିଚାରାଧିନ କଏଦୀ ଭାବେ ଢେଙ୍କାନାଳ ଜିଲ୍ଲା କାରାଗାରରେ ୨୦୧୩ ମସିହାରୁ ରହିଥିଲେ। ପେଟରେ ଯନ୍ତ୍ରଣା ଅନୁଭବ କରି ଅସୁସ୍ଥ ହେବାରୁ ତାଙ୍କୁ ଗତ ରାତିରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ଏନେଇ ମୃତ ବ୍ରହ୍ମାନନ୍ଦଙ୍କ ପରିବାର ଲୋକଙ୍କ ମତାମତ ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।