ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ସବ୍ ଜେଲ୍ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କୃଷ୍ଣ ପାତ୍ର। ତାଙ୍କ ଘର ବାଣିଗୋଛାରେ।
ଦୁଇମାସ ହେବ ସେ ଜେଲ୍ରେ ଥିଲେ। ଜଣେ ସମ୍ପର୍କୀୟଙ୍କୁ ମରାଣାନ୍ତକ ଆକ୍ରମଣ ମାମଲାରେ କୃଷ୍ଣ ଓ ତାଙ୍କ ସ୍ତ୍ରୀ ଗିରଫ ହୋଇଥିଲେ। ତାଙ୍କ ସ୍ତ୍ରୀ ବି ଦଶପଲ୍ଲା ସବ୍ ଜେଲ୍ରେ ବିଚାରାଧୀନ କଏଦୀ ଭାବେ ଅଛନ୍ତି।
ସୂଚନା ଅନୁସାରେ, ଗତକାଲି ରାତିରେ କୃଷ୍ଣ ଅସୁସ୍ଥ ଅନୁଭବ କରିଥିଲେ। ଅବସ୍ଥା ଗୁରୁତର ହେବାରୁ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଆଜି ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦଶପଲ୍ଲା ପୁଲିସ ଓ ତହସିଲଦାର ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।

Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।

Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।

Weather
ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ
ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।