ମାଲକାନଗିରି(ଜିତେନ୍ଦ୍ର ବେଉରା): ବିଷାକ୍ତ ଖାଦ୍ୟ ଖାଇ ୮ ଅଙ୍ଗନବାଡ଼ି ପିଲା ଅସୁସ୍ଥ ହୋଇଛନ୍ତି। ଏପରି ଘଟଣା ମାଲକାନଗିରି ଜିଲ୍ଲା ସିନ୍ଧ୍ରିମାଳ ପଞ୍ଚାୟତର ମୁନୁସକୁଣ୍ଡା ଗାଁରୁ ଆସିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ମହାମାରୀ କରୋନାର କୋପ କମିବା ପରେ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକୁ ଖୋଲିଛନ୍ତି ରାଜ୍ୟ ସରକାର। ସବୁଦିନ ପରି ବୁଧବାର ପିଲାମାନେ ଅଙ୍ଗନବାଡ଼ି ଯାଇଥିଲେ। ୮ ଜଣ ପିଲା ଖେଳୁଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ରରେ ଥିବା ବିଷାକ୍ତ ଗଛର ଫଳ ଖାଇ ଦେଇଥିଲେ। ବିଷାକ୍ତ ଫଳ ଖାଇବା ପରେ ପିଲାମାନେ ବାନ୍ତି କରିବା ସହିତ ଚେତା ହରାଇ ପଡ଼ି ଯାଇଥିଲେ। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅସୁସ୍ଥ ୮ ଜଣ ଶିଶୁଙ୍କ ମଧ୍ୟରେ ୨ ଜଣ ପୁଅ ଓ ୬ ଜଣ ଝିଅ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।