ଅନୁଗୁଳ: ଅନୁଗୁଳ ଜିଲ୍ଲା ନିଶା ଥାନା ମହିତଳା ଗାଁ ପୋଖରୀରୁ ୩ ଇଂଜିନିୟରଙ୍କ ମୃତ୍ୟୁର ରହସ୍ୟ ଉପରୁ ଏଯାଏଁ ପରଦା ଉଠିନି। ପୋଲିସ ଘଟଣାର ତନାଘନା ଜାରି ରହିଛି। କେଉଁ ପରିସ୍ଥିତିରେ ଏଭଳି ଅଭାବନୀୟ ଘଟଣା ଘଟିଲା ? ପୋଖରୀରରେ ବୁଡି ଏମାନଙ୍କ ମୃତ୍ୟୁ ହୋଇଛି ନା ଅନ୍ୟ କିଛି କାରଣ ରହିଛି ? ବିଳମ୍ୱିତ ରାତିରେ କେଉଁ ପରିସ୍ଥିତିରେ ଏମାନେ ବାହାରକୁ ଆସିଥିଲେ ? ଏସବୁ ଦିଗକୁ ନେଇ ପୋଲିସ ଖୋଳତାଡ଼ ଜାରି ରଖିବା ସହ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରିଛି। ମୃତକ ମାନେ ହେଲେ ପଞ୍ଜ।ବ ପଟିୟାଲାର ଅବତାର ସିଂ, ଉତ୍ତରପ୍ରଦେଶ ଇନ୍ଦ୍ରନଗରର ସମୀର ନିଗମ୍ ଏବଂ ରାଜସ୍ଥାନ ଅଲୱାରର ମନୋଜ ଯାଦବ। ଏହି ୩ଜଣଙ୍କ ପରିବାରକୁ ଏ ସଂପର୍କରେ ଖବର ଦିଆଯାଇଛି।
ସେପଟେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡର ପ୍ରେସ ରିଲିଜରେ ପୋଖରୀରେ ବୁଡି ୩ ଜଣଙ୍କ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି। ଏମାନଙ୍କ ମୃତ୍ୟୁରେ କଂପାନୀ ପକ୍ଷରୁ ଶୋକପ୍ରକାଶ କରାଯିବା ସହ ପୋଲିସକୁ ସହଯୋଗ କରାଯାଉଥିବା କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।