Advertisment

କଟକ ସହରରୁ ଆଉ ୧୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର (କଟକ ମହାନଗର ନିଗମ ଅଞ୍ଚଳର)। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର […]

ଅଦ୍ୟତନ ହୋଇଛି
ବିଡିଏ ଅଫିସ୍ ଦୁଇ ଦିନ ବନ୍ଦ

corona-7

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର (କଟକ ମହାନଗର ନିଗମ ଅଞ୍ଚଳର)। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

Advertisment

ନୂଆ କରି ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନେ ସମସ୍ତେ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ର ଆଇସୋଲେସନ୍‌ ୱାର୍ଡରେ ଥିବା ରୋଗୀ ଓ ସେମାନଙ୍କ ଆଟେଣ୍ଡାଣ୍ଟ।

ସେହିପରି ବାକି ୬ ଜଣ ହୋମ୍‌କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୨୬ ଓ ୨୪ ବର୍ଷ। ଅନ୍ୟ ପୁରୁଷମାନଙ୍କ ବୟସ ଯଥାକ୍ରମେ ୪୨, ୩୬, ୨୩ ଓ ୨୦। ପୁଣି ଏହି ୬ ଜଣଙ୍କ ମଧ୍ୟରୁ ଜଣେ କରୋନା ଯୋଦ୍ଧା ହୋଇଥିବା ବେଳେ ଅନ୍ୟମାନେ ଚାଉଳିଆଗଞ୍ଜର ଏକ ଘରୋଇ ନର୍ସିଂହୋମର କର୍ମଚାରୀ।

Advertisment

Coronavirus COVID-19 Cmc Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe