ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ, କଟକରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୭ରେ ପହଞ୍ଚିଯାଇଛି। ଏହି ୧୧ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୪ ଜଣ ଅଛନ୍ତି। ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧ରେ ପହଞ୍ଚିଯାଇଛି। 3.A 70 year old female of Bolangir district who […]

COrona-5-2

Jitendra Garnayak
  • Published: Monday, 14 September 2020
  • , Updated: 14 September 2020, 11:34 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୭ରେ ପହଞ୍ଚିଯାଇଛି।

ଏହି ୧୧ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୪ ଜଣ ଅଛନ୍ତି। ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧ରେ ପହଞ୍ଚିଯାଇଛି।


ସେହିପରି ବଲାଙ୍ଗିର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ କନ୍ଧମାଳ, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏଁଙ୍କ ଜୀବନ ଯାଇଛି।

ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା ୯୪ରେ ପହଞ୍ଚିଥିବା ବେଳେ ବଲାଙ୍ଗିରରେ ୧୨, ମୟୂରଭଞ୍ଜରେ ୧୧, ନୟାଗଡ଼ରେ ୧୭ ଓ କନ୍ଧମାଳରେ ୧୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୧୮,୬୪୨ ସୁସ୍ଥ ହୋଇସାରିଛନ୍ତି। ୩୫,୬୭୩ ଚିକିତ୍ସାଧୀନ ଅଛନ୍ତି।

 

Related story