୧୨୫ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପୁଣି ‘କରୋନା’ରୁ ଆରୋଗ୍ୟ ହୋଇଛନ୍ତି ୧୨୫ ଆକ୍ରାନ୍ତ। ସେଥିରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ସୁସ୍ଥ ହୋଇଥିବା ୧୨୫ ‘କରୋନା’ ଆକ୍ରାନ୍ତ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ଅଛନ୍ତି। ସେହିପରି ପୁରୀରୁ ୧୭, କଟକରୁ ୧୪, ମୟୂରଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬; କେନ୍ଦ୍ରାପଡ଼ା ଓ […]

corona

Manoranjan Sial
  • Published: Tuesday, 23 June 2020
  • , Updated: 23 June 2020, 05:03 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପୁଣି ‘କରୋନା’ରୁ ଆରୋଗ୍ୟ ହୋଇଛନ୍ତି ୧୨୫ ଆକ୍ରାନ୍ତ। ସେଥିରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ୧୨୫ ‘କରୋନା’ ଆକ୍ରାନ୍ତ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ଅଛନ୍ତି। ସେହିପରି ପୁରୀରୁ ୧୭, କଟକରୁ ୧୪, ମୟୂରଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡ଼ାରୁ ୬; କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୩,ଲାଙ୍ଗିରିରୁ ୨ ଜଣ; କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟ ୩୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1275380730843942914?s=20

ଆଜି ସୁଦ୍ଧା ରାଜ୍ୟରେ ୫୪୭୦ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯୮୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୫୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Related story