ଆରୋଗ୍ୟ ହେଲେ ୧୩୧ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ରୁ ଆରୋଗ୍ୟ ହେଲେ ୧୩୧ ଆକ୍ରାନ୍ତ। ଏଥିରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ଅଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି। ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜମରୁ ୪୩, ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରରୁ  ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫; ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ; ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେନ୍ଦୁଝର ଓ […]

corona

Manoranjan Sial
  • Published: Friday, 26 June 2020
  • , Updated: 26 June 2020, 07:38 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ରୁ ଆରୋଗ୍ୟ ହେଲେ ୧୩୧ ଆକ୍ରାନ୍ତ। ଏଥିରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ଅଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।

ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜମରୁ ୪୩, ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରରୁ  ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫; ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ; ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୪୪୨୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1276465132852277248?s=20

ରାଜ୍ୟର ଚିତ୍ରକୁ ଦେଖିଲେ ଆଜି ସୁଦ୍ଧା ୬୧୮୦ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୪୨୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୭୫୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରକଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

 

Related story