Advertisment

ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚି ଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୪ ଜଣ ଚିକିତ୍ସାଧୀନ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ ବି ସେମାନଙ୍କର ଏଥିଯୋଗୁ ମୃତ୍ୟୁ ଘଟି ନଥିବା ସ୍ୱାସ୍ଥ୍ୟ ଓ ପରିବାର […]

ଅଦ୍ୟତନ ହୋଇଛି
୮୬ ନୂଆ କରୋନା ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର

corona1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚି ଯାଇଛି।

Advertisment

ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୪ ଜଣ ଚିକିତ୍ସାଧୀନ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ ବି ସେମାନଙ୍କର ଏଥିଯୋଗୁ ମୃତ୍ୟୁ ଘଟି ନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ବାକି ୧୩୨୫ ଜଣ ସୁସ୍ଥ ହୋଇସାରିଛନ୍ତି।

Advertisment


ନୂତନ ଭାବେ ଚିହ୍ନଟ ଏହି ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ କେନ୍ଦ୍ରାପଡ଼ାର ହୋଇଥିବା ବେଳେ ୮ ଜଣ ନୂଆପଡ଼ାର, ୧୭ ଜଣ ସୋନପୁରର, ୪୧ ଜଣ ଗଞ୍ଜାମର, ୩ ଜଣ ଖୋର୍ଦ୍ଧାର, ୮ ଜଣ ମୟୂରଭଞ୍ଜର ଓ ଜଣେ ଦେବଗଡ଼ର। ସେହିପରି ଅନୁଗୋଳରୁ ୩ ଜଣ ଥିବା ବେଳେ ବାଲେଶ୍ୱରରୁ ୨୪ ଓ ଭଦ୍ରକରୁ ୩ ଜଣ ଅଛନ୍ତି। କଳାହାଣ୍ଡି, ଗଜପତି ଓ ସମ୍ବଲପୁରରୁ ଯଥାକ୍ରମେ ୧, ୪ ଓ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ପ୍ରଥମ ଥର ପାଇଁ ରାୟଗଡ଼ା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe