Advertisment

ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି। ଏହି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ସେହିପରି ରାୟଗଡ଼ା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ୨ ଜଣ ଲେଖାଏଁ ଏବଂ […]

ଅଦ୍ୟତନ ହୋଇଛି
ମେ’ ୧୧ରୁ ୧୫ ମଧ୍ୟରେ କରୋନା ହେବ ଭୟଙ୍କର! ଓଡ଼ିଶାରେ କେବେ ପିକ୍‌ରେ ପହଞ୍ଚିବ ସଂକ୍ରମଣ?

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

Advertisment

ଏହି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ସେହିପରି ରାୟଗଡ଼ା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ୨ ଜଣ ଲେଖାଏଁ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଆଉ ୫ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୦ରେ ପହଞ୍ଚି ଯାଇଛି। ରାଜ୍ୟରେ ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।

Advertisment

ରାୟଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୭ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୯୮, କଳାହାଣ୍ଡିରେ ୪୩, କଟକରେ ୧୪୭, ପୁରୀରେ ୧୨୭ ଓ ସୁବର୍ଣ୍ଣପୁରରେ ୨୨ ହୋଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି।

ସୂଚନାଯୋଗ୍ୟ, ଏପ୍ରିଲ ୨୭ ତାରିଖ ଠାରୁ ରାଜ୍ୟରେ ପ୍ରତ୍ୟେକ ଦିନ ୧୦ ବା ତା’ଠାରୁ ଅଧିକ ଲୋକଙ୍କର କରୋନାରେ ମୃତ୍ୟୁ ଘଟୁଥିବା ବେଳେ ଗତକାଲି ଏଥିରେ ବ୍ରେକ୍ ଲାଗିଥିଲା। ଗତକାଲି ଆସିଥିବା ରିପୋର୍ଟରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଦର୍ଶାଯାଇଥିଲା।

Corona Death In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe