ଆରୋଗ୍ୟ ହେଲେ ୧୬୪ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆଜି ମହାମାରୀ ‘କରୋନା’ରୁ ଆରୋଗ୍ୟ ହେଲେ ୧୬୪ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ମୋଟ୍‌ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା ୧୬୪ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି। ସେହିପରି ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରେ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨; କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ […]

corona-in-odisha

corona-in-odisha

Manoranjan Sial
  • Published: Wednesday, 01 July 2020
  • Updated: 01 July 2020, 04:34 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଆଜି ମହାମାରୀ ‘କରୋନା’ରୁ ଆରୋଗ୍ୟ ହେଲେ ୧୬୪ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ମୋଟ୍‌ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ୧୬୪ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି। ସେହିପରି ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରେ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨; କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ; କେନ୍ଦୁଝରରୁ ୨; ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ହୋଇଛନ୍ତି।

https://twitter.com/HFWOdisha/status/1278277153478467584?s=20

ଆଜି ସୁଦ୍ଧା ‘କରୋନା’ରେ ୭୩୧୬ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯୬୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୮ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos