ସୁସ୍ଥ ହେଲେ ୧୬୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସୁସ୍ଥ ହୋଇଛନ୍ତି ୧୬୮ ‘କରୋନା’ ଆକ୍ରାନ୍ତ। ସେମାନଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟର ମୋଟ୍‌ ୪୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୩୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩, ଗଜପତିରୁ ୨୩, ପୁରୀରୁ ୧୯, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୮; ଭଦ୍ରକ […]

coronavirus-in-india

Manoranjan Sial
  • Published: Thursday, 25 June 2020
  • , Updated: 25 June 2020, 05:31 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସୁସ୍ଥ ହୋଇଛନ୍ତି ୧୬୮ ‘କରୋନା’ ଆକ୍ରାନ୍ତ। ସେମାନଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟର ମୋଟ୍‌ ୪୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୩୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩, ଗଜପତିରୁ ୨୩, ପୁରୀରୁ ୧୯, ବରଗଡ଼ରୁ ୧୩, ସୁନ୍ଦରଗଡ଼ରୁ ୮; ଭଦ୍ରକ ଓ ରାୟଗଡ଼ାରୁ ୫ ଜଣ ଲେଖାଏଁ; ମାଲକାନଗିରି, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର ଓ ସୁବର୍ଣ୍ଣପୁରରୁ ୪ ଜଣ ଲେଖାଏଁ; ଅନୁଗୋଳରୁ ୩ ଜଣ, ଢ଼େଙ୍କାନାଳରୁ ୨ ଜଣ ଏବଂ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1276118251034959872?s=20

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ ୫୯୬୨ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୬୭୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Related story