/odisha-reporter/media/post_attachments/uploads/2021/03/corona-19.jpg)
corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି।
Advertisment
୯ଟି ଜିଲ୍ଲାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଯାଇଛି ଜଣଙ୍କ ଜୀବନ।
ନୂଆ ମୃତ୍ୟୁ ମାମଲା ଆସିବା ପରେ ବୌଦ୍ଧରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୬୯, ଖୋର୍ଦ୍ଧାରେ ୪୧୪, ନୂଆପଡ଼ାରେ ୪୬ ଓ ସୁନ୍ଦରଗଡ଼ରେ ୨୨୯କୁ ବୃଦ୍ଧି ପାଇଛି।
Advertisment
ସେହିପରି ଗଜପତିରେ ଏଯାବତ୍ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୬, ରାୟଗଡ଼ାରେ ୯୦ ଓ ବଲାଙ୍ଗିରରେ ୫୬ ଜଣଙ୍କ ଜୀବନ ଗଲାଣି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
