Advertisment

୯ ଜିଲ୍ଲାରୁ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି। ୯ଟି ଜିଲ୍ଲାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ […]

ଅଦ୍ୟତନ ହୋଇଛି
ରାଜ୍ୟରେ ୧୩୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ପୁଣି ୩୦୦ ଉପରେ

corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି।

Advertisment

୯ଟି ଜିଲ୍ଲାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଯାଇଛି ଜଣଙ୍କ ଜୀବନ।

ନୂଆ ମୃତ୍ୟୁ ମାମଲା ଆସିବା ପରେ ବୌଦ୍ଧରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୬୯, ଖୋର୍ଦ୍ଧାରେ ୪୧୪, ନୂଆପଡ଼ାରେ ୪୬ ଓ ସୁନ୍ଦରଗଡ଼ରେ ୨୨୯କୁ ବୃଦ୍ଧି ପାଇଛି।

Advertisment

ସେହିପରି ଗଜପତିରେ ଏଯାବତ୍ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୬, ରାୟଗଡ଼ାରେ ୯୦ ଓ ବଲାଙ୍ଗିରରେ ୫୬ ଜଣଙ୍କ ଜୀବନ ଗଲାଣି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୩୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ ଜଣ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe