ସୁସ୍ଥ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୯୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା ୨୨୯ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୯, ଗଜପତିରୁ ୨୬, ଝାରସୁଗୁଡ଼ାରୁ ୧୫, ବଲାଙ୍ଗିରରୁ ୧୨, ଜଗତସିଂହପୁରରୁ ୧୧, ମୟୂରଭଞ୍ଜରୁ ୧୧, ଯାଜପୁରରୁ ୮, କେନ୍ଦ୍ରାପଡ଼ାରୁ ୬ […]

coronavirus-in-india

coronavirus-in-india

Manoranjan Sial
  • Published: Saturday, 04 July 2020
  • Updated: 04 July 2020, 05:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୨୨୯ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୯୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ୨୨୯ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୯, ଗଜପତିରୁ ୨୬, ଝାରସୁଗୁଡ଼ାରୁ ୧୫, ବଲାଙ୍ଗିରରୁ ୧୨, ଜଗତସିଂହପୁରରୁ ୧୧, ମୟୂରଭଞ୍ଜରୁ ୧୧, ଯାଜପୁରରୁ ୮, କେନ୍ଦ୍ରାପଡ଼ାରୁ ୬ ଓ କେନ୍ଦୁଝରରୁ ୫ ଜଣ ଅଛନ୍ତି। ସେହିପରି କଟକ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ ଏବଂ ବରଗଡ଼ରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1279381291658407937?s=20

ଆଜି ସୁଦ୍ଧା ରାଜ୍ୟରେ ୮୬୦୧ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୨୬୬୭ ‘କରୋନା’ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୯ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos