ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ; ୪୩୭ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ଏହି ନୂଆ ୨୩ଟି କେସ୍ ମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୫ଟି ରହିଛି। ସେହିପରି ଗଞ୍ଜାମ ଓ ଯାଜପୁରରେ ଆଉ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ବୌଦ୍ଧରେ ଜଣେ ଲେଖାଏ ଚିହ୍ନଟ […]

corona1

Jitendra Garnayak
  • Published: Tuesday, 12 May 2020
  • , Updated: 12 May 2020, 09:26 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି।

ଏହି ନୂଆ ୨୩ଟି କେସ୍ ମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୫ଟି ରହିଛି। ସେହିପରି ଗଞ୍ଜାମ ଓ ଯାଜପୁରରେ ଆଉ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ବୌଦ୍ଧରେ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।

୧୫ଟି ନୂଆ କେସ୍‌ ସହିତ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୧୫୭ରେ ପହଞ୍ଚି ଯାଇଛି। ସେହିପରି ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଥିବା ବେଳେ ପୁରୀରେ ୪ ଓ ବୌଦ୍ଧ ୫ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟର ୪୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୩୪୯ ଜଣ ଚିକିତ୍ସାଧୀନ ଅଛନ୍ତି।

Related story