ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରୁ ଆଉ ୨୫୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୬୯୨୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1297903908942012416?s=20
ଆଜି ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୮ ଜଣ ଅଛନ୍ତି। ସେହିପରି ବାଲେଶ୍ୱରରୁ ୨୬୭, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡ଼ା- ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡ଼ରୁ ୧୩୮, କୋରାପୁଟରୁ ୯୮, ପୁରୀରୁ ୯୭, ନୟାଗଡ଼- ୯୬, ବଲାଙ୍ଗିର- ୮୫, ଢେଙ୍କାନାଳରୁ ୬୧ ସୁସ୍ଥ ହୋଇଛନ୍ତି।
ସେହିପରି କନ୍ଧମାଳରୁ ୬୦, ସମ୍ବଲପୁରରୁ ୫୯, ଯାଜପୁରରୁ ୫୮, ମୟୂରଭଞ୍ଜରୁ ୫୪, ବରଗଡ଼, ଜଗତସିଂହପୁରରୁ ୫୩ ଲେଖାଏଁ, ମାଲକାନଗିରିରୁ ୫୨, ଯାଜପୁର- ୪୨, ନବରଙ୍ଗପୁରରୁ ୩୧, କଳାହାଣ୍ଡିରୁ ୨୩, କେନ୍ଦ୍ରାପଡ଼ାରୁ ୨୨, ଦେବଗଡ଼ରୁ ୧୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।