ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏମାନଙ୍କୁ ବିଶାଇ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ୭୬୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1316358271008010242?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ଅଛନ୍ତି। ସେହିପରି ନୂଆପଡ଼ାରୁ ୧୮୯, କଟକରୁ ୧୮୩, ବରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ଷ୍ଟେଟ୍ ପୁଲ୍ ୧୦୦, ମୟୂରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡ଼ରୁ ୭୧, ମାଲକାନଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ୱରରୁ ୬୭, ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୁବର୍ଣ୍ଣପୁରରୁ ୪୭, ରାୟଗଡ଼ାରୁ ୪୬, ପୁରୀରୁ ୪୩, ଝାରସୁଗୁଡ଼ା ୩୯, କଳାହାଣ୍ଡିରୁ ୩୯, କୋରାପୁଟରୁ ୩୫, ନୟାଗଡ଼ରୁ ୩୦, ଗଞ୍ଜାମରୁ ୨୩, ଦେବଗଡ଼ରୁ ୨୦, ବୌଦ୍ଧ ୭ ଓ ଗଜପତି ଜିଲ୍ଲାରୁ ୭ ଲେଖାଏଁ ସୁସ୍ଥ ହୋଇଛନ୍ତି।