ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍)। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୪୮ ଜଣ ଅଛନ୍ତି। ସେହିପରି ୨୮୨୩ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୨୦୦୬ଟି ହେଉଛି ଲୋକାଲ୍ କେସ୍।
ଅନ୍ୟପକ୍ଷରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ କହିବା ଅନୁଯାୟୀ, ବିଶେଷଜ୍ଞମାନେ କହୁଛନ୍ତି, ଦିଲ୍ଲୀ ଓ ମହାରାଷ୍ଟ୍ରରେ ଜାନୁଆରୀ ୧୫ ତାରିଖ ସୁଦ୍ଧା ପିକ୍ ଛୁଇଁବ କରୋନା ସଂକ୍ରମଣ। ସେହି ଅନୁସାରେ ଓଡ଼ିଶାରେ ତା’ର ୧୦ରୁ ୧୫ ଦିନ ପରେ ପିକ୍ ନେବାର ସମ୍ଭାବନା ରହିଛି। ଏବେ ରାଜ୍ୟରେ ମୁଖ୍ୟତଃ ୪ରୁ ୫ଟି ଜିଲ୍ଲାରେ ଅଧିକା ସଂକ୍ରମଣ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।