Advertisment

ଚାଲିଗଲା ୩ ଜଣଙ୍କ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୫୩ରେ ପହଞ୍ଚିଛି। ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ତାଙ୍କୁ ୭୦ ବର୍ଷ ହୋଇଥିଲା। ବାଲେଶ୍ୱରରେ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୫ ବର୍ଷ ହୋଇଥିଲା। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ […]

ଅଦ୍ୟତନ ହୋଇଛି
୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

corona-8-1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୫୩ରେ ପହଞ୍ଚିଛି।

Advertisment

୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ତାଙ୍କୁ ୭୦ ବର୍ଷ ହୋଇଥିଲା।

ବାଲେଶ୍ୱରରେ ଜଣଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୫ ବର୍ଷ ହୋଇଥିଲା। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।
ଅନ୍ୟ ଜଣେ ମୃତକ ଢେଙ୍କାନାଳର। ତାଙ୍କୁ ୪୭ ବର୍ଷ ହୋଇଥିଲା।

Advertisment

ଭୁବନେଶ୍ୱରରେ ଆଉ ଜଣଙ୍କ ମୃତ୍ୟୁ ଘଟିବା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୮ରେ ପହଞ୍ଚି ଯାଇଛି। ସେହିପରି ବାଲେଶ୍ୱରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨ରେ ପହଞ୍ଚିଥିବା ବେଳେ ଢେଙ୍କନାଳରେ ୨୯କୁ ବୃଦ୍ଧି ପାଇଛି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ବେଳେ ୩,୨୨,୯୭୨ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୯୮୯ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe