ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ, ମୁତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚି ଯାଇଛି। ଏହି ୩ ମୃତକଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୫ ବର୍ଷୀୟ ବୃଦ୍ଧ। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ। ଆଉ ଜଣେ ୭୩ ବର୍ଷୀୟ ବୃଦ୍ଧ ଭୁବନେଶ୍ୱରର। ସେ ଡାଇବେଟିସ୍, ଉଚ୍ଚ ରକ୍ତଚାପ […]

odisha1

Jitendra Garnayak
  • Published: Sunday, 28 June 2020
  • , Updated: 28 June 2020, 02:28 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚି ଯାଇଛି।

ଏହି ୩ ମୃତକଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୫ ବର୍ଷୀୟ ବୃଦ୍ଧ। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ। ଆଉ ଜଣେ ୭୩ ବର୍ଷୀୟ ବୃଦ୍ଧ ଭୁବନେଶ୍ୱରର। ସେ ଡାଇବେଟିସ୍, ଉଚ୍ଚ ରକ୍ତଚାପ ଓ କିଡ୍‌ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ସେହିଭଳି ତୃତୀୟ ବ୍ୟକ୍ତି ଜଣଙ୍କ କଟକ ଜିଲ୍ଲାର। ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଡାଇବେଟିସ୍, ଉଚ୍ଚ ରକ୍ତଚାପ ଓ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ଏମାନେ ସମସ୍ତେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।

 

ଗଞ୍ଜାମ ଜିଲ୍ଲାରେ କରୋନା ମୃତକଙ୍କ ସଂଖ୍ୟା ୧୦ରେ ପହଞ୍ଚି ଯାଇଥିବା ବେଳେ ଖୋର୍ଦ୍ଧାରେ ୫ ଓ କଟକରେ ୪ ହୋଇଯାଇଛି। ସେହିପରି ପୁରୀ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଥିବା ବେଳେ ୪,୬୦୬ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୧୯୮୦ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୭ କରୋନା ଆକ୍ରାନ୍ତ ବି ପ୍ରାଣ ହରାଇଛନ୍ତି। ତେବେ ଅନ୍ୟ କାରଣରୁ ସେମାନଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

Related story