Advertisment

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ସୂଚନା ମିଳିଛି। ଏହି ୩ ଆକ୍ରାନ୍ତଙ୍କ ସମ୍ପର୍କରେ ସରକାର ତଥ୍ୟ ଦେଇଛନ୍ତି। ସମସ୍ତେ ରାଉରକେଲାର ବୋଲି ସୂଚନା ମିଳିଛି।  ସେମାନଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଜଣେ ୨୩ […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଛୁଇଁଲା

ef

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ସୂଚନା ମିଳିଛି।

Advertisment

ଏହି ୩ ଆକ୍ରାନ୍ତଙ୍କ ସମ୍ପର୍କରେ ସରକାର ତଥ୍ୟ ଦେଇଛନ୍ତି। ସମସ୍ତେ ରାଉରକେଲାର ବୋଲି ସୂଚନା ମିଳିଛି।  ସେମାନଙ୍କ ମଧ୍ୟରେ ୨ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଜଣେ ୨୩ ବର୍ଷୀୟ ଯୁବକ ହୋଇଥିବା ବେଳେ ଜଣେ ୬୦ ବର୍ଷୀୟ ବୃଦ୍ଧ ଅଛନ୍ତି। ସେହିଭଳି ଚିହ୍ନଟ ମହିଳାଙ୍କ ବୟସ ୫୭ ବର୍ଷ। ସେମାନଙ୍କ ମଧ୍ୟରୁ ୨ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଭଳି ଅନ୍ୟ ଜଣେ ମଧ୍ୟ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Advertisment

ଗତକାଲି ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସମସ୍ତ ‌ଆକ୍ରାନ୍ତ ଯାଜପୁର ଜିଲ୍ଲାର ଥିଲେ। ସେମାନଙ୍କର କୋଲକାତା ଲିଙ୍କ୍ ରହିଛି।

ସୂଚନାଯୋଗ୍ୟ, ଗତକାଲି ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏବେ ସୁଦ୍ଧା ରାଜ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୬୮ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।