ପୁଣି ଆରୋଗ୍ୟ ହେଲେ ୩୬ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୬ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୨୩, ଯାଜପୁରରୁ ୫, ମୟୂରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ ଜଣ ଲେଖାଏଁ ଏବଂ ରାଉରକେଲାରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ସକାରେ ୭୪ ଜଣ ‘କରୋନା’ […]

corona-in-odisha

corona-in-odisha

Manoranjan Sial
  • Published: Wednesday, 20 May 2020
  • Updated: 20 May 2020, 03:22 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୬ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୨୩, ଯାଜପୁରରୁ ୫, ମୟୂରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ ଜଣ ଲେଖାଏଁ ଏବଂ ରାଉରକେଲାରୁ ଜଣେ ଅଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସକାରେ ୭୪ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୧୦୫୨ରେ ପହଞ୍ଚିଛି। ସେଥିରୁ ଆଜି ୩୬ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1263037987832487937?s=20

ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟରେ ୧୦୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୦୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos