ଆରୋଗ୍ୟ ହେଲେ ୩୮୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହୋଇଛନ୍ତି ୩୮୮ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୩୬୦ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
2 each from Gajapati & Jharsuguda
1 each from Bargarh, Bhadrak & DeogarhThe total recovered cases of Odisha now stand at 8360.
— H & FW Dept Odisha (@HFWOdisha) July 11, 2020
ଆଜି ଅରୋଗ୍ୟ ହୋଇଥିବା ୩୮୮ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ ୧୮, ପୁରୀରୁ ୧୬, ସମ୍ୱଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୋଳରୁ ୮, କେନ୍ଦ୍ରାପଡ଼ାରୁ ୬, ଗଜପତିରୁ ୨, ଝାରସୁଗୁଡ଼ାରୁ ୨; ବରଗଡ଼, ଭଦ୍ରକ ଓ ଦେବଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ଆଜି ସୁଦ୍ଧା ରାଜ୍ୟରେ ୧୨୫୨୬ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୬୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୩୬୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୧୬୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।