Advertisment

୩୨ ବର୍ଷୀୟା ମହିଳାଙ୍କ ସମେତ ୪ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୮୧୧ରେ ପହଞ୍ଚି ଯାଇଛି। ୪ ମୃତକଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି ମହିଳା। ଦୁଇ ମହିଳାଙ୍କ ମଧ୍ୟରୁ ଜଣଙ୍କୁ ୩୨ ବର୍ଷ ହୋଇଥିଲା। ସେ ଢେଙ୍କାନାଳ ଜିଲ୍ଲାର। ତାଙ୍କର ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ସମସ୍ୟା ବି ଥିଲା। ଅନ୍ୟ ଜଣେ […]

ଅଦ୍ୟତନ ହୋଇଛି
ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା

1-corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୮୧୧ରେ ପହଞ୍ଚି ଯାଇଛି।

Advertisment

୪ ମୃତକଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି ମହିଳା। ଦୁଇ ମହିଳାଙ୍କ ମଧ୍ୟରୁ ଜଣଙ୍କୁ ୩୨ ବର୍ଷ ହୋଇଥିଲା। ସେ ଢେଙ୍କାନାଳ ଜିଲ୍ଲାର। ତାଙ୍କର ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ସମସ୍ୟା ବି ଥିଲା। ଅନ୍ୟ ଜଣେ ମହିଳାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଭୁବନେଶ୍ୱରର। ସେ ବି ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ଜନିତ ସମସ୍ୟାରେ ପୀଡ଼ିତ ଥିଲେ।

ଅନ୍ୟ ଦୁଇ ମୃତକଙ୍କ ମଧ୍ୟରୁ ଜଣଙ୍କୁ ୬୦ ବର୍ଷ ହୋଇଥିଲା ଓ ସେ ଗଞ୍ଜାମର। ସେ ଅନ୍ୟ କୌଣସି ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ପୀଡ଼ିତ ନଥିଲେ। ସେହିପରି ଝାରସୁଗୁଡ଼ାର ଜଣେ ୭୩ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ଜନିତ ସମସ୍ୟାରେ ପୀଡ଼ିତ ଥିଲେ।

Advertisment

ଭୁବନେଶ୍ୱରରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିବା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୧ରେ ପହଞ୍ଚିଛି। ସେହିପରି ଗଞ୍ଜାମ ଜିଲ୍ଲାରେ ଏହି ସଂଖ୍ୟା ୨୪୬ରେ ପହଞ୍ଚିଥିବା ବେଳେ ଢେଙ୍କାନାଳରେ ୨୮ ଓ ଝାରସୁଗୁଡ଼ାରେ ୨୬ ହୋଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୦୮୯ରେ ପହଞ୍ଚିଥିବା ବେଳେ ୩,୧୯,୦୬୯ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୧୫୬ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe