corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୫୨୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1335225414000627713?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ ୬୭ ଜଣ ଲେଖାଏଁ ଅଛନ୍ତି। ସେହିପରି ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୨୪, ବରଗଡ଼ରୁ ୨୦, ବଲାଙ୍ଗିରରୁ ୨୦, ନୂଆପଡ଼ାରୁ ୨୦, ଯାଜପୁରରୁ ୧୭, ପୁରୀରୁ ୧୫, ଝାରସୁଗୁଡ଼ାରୁ ୧୪, ସମ୍ୱଲପୁରରୁ ୧୪, ବାଲେଶ୍ୱରରୁ ୧୨, ଜଗତସିଂହପୁରରୁ ୧୨, ଭଦ୍ରକରୁ ୧୧, କନ୍ଧମାଳରୁ ୯, ଢେଙ୍କାନାଳରୁ ୬, ଗଞ୍ଜାମରୁ ୫, ନୟାଗଡ଼ରୁ ୪, ରାୟଗଡ଼ାରୁ ୪, ବୌଦ୍ଧରୁ ୩, ଗଜପତିରୁ ୩, କୋରାପୁଟରୁ ୩, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩, ଦେବଗଡ଼ରୁ ୨, ସୋନପୁରରୁ ୨ ଓ ଷ୍ଟେଟ୍ ପୁଲରୁ ୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/10/corona-2.jpg)