Advertisment

ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୧୯୩୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ୨୫ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ନୂଆ ୭୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜର କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୫ଟି ହେଉଛି […]

ଅଦ୍ୟତନ ହୋଇଛି
କରୋନାରେ ଆଖି ବୁଜିଲେ ଆଉ ୫, ମୃତ୍ୟୁ ସଂଖ୍ୟା ୬୧ ଛୁଇଁଲା

corona-2.1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୧୯୩୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

୨୫ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ନୂଆ ୭୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜର କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୫ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୭ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୧୦୭ ଜଣ ଅଛନ୍ତି।

Advertisment

ଏହା ବ୍ୟତିତ କୋରାପୁଟ ଜିଲ୍ଲାରୁ ୪୫, ଜଗତସିଂହପୁର ଓ ଯାଜପୁରରୁ ୪୦ ଲେଖାଏ, ଗଜପତି ଜିଲ୍ଲାରୁ ୩୯, ବାଲେଶ୍ୱର ଜିଲ୍ଲାରୁ ୩୩, କଟକରୁ ୨୭, ଅନୁଗୋଳରୁ ୨୨, ସମ୍ବଲପୁରରୁ୨୫, ମାଲକାନଗିରିରୁ ୧୮, ସୁନ୍ଦରଗଡ଼ରୁ ୧୭ ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

ପୁରୀରୁ ୧୪, ମୟୂରଭଞ୍ଜରୁ ୧୨, ନୟାଗଡ଼ରୁ ୧୦, ରାୟଗଡ଼ା ଓ ବୌଦ୍ଧରୁ ୮ ଲେଖାଏ, କେନ୍ଦ୍ରାପଡ଼ାରୁ ୭ ,ଭଦ୍ରକରୁ ୫, ବଲାଙ୍ଗିରରୁ ୪, ବରଗଡ଼ରୁ ୩, ଢେଙ୍କାନାଳ ୧,  କେନ୍ଦୁଝରରୁ  ୧, ନବରଙ୍ଗପୁରରୁ ୧, କଳାହାଣ୍ଡି ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

Coronavirus Coronavirus Cases
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe