କଟକ ସହରରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ (ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ (ସିଏମ୍‌ସି) ଅଞ୍ଚଳରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ସିଏମ୍‌ସି ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ରେ ପହଞ୍ଚିଥିବା ବେଳେ ମାତ୍ର ୨୨ ଜଣ ସୁସ୍ଥ ହୋଇଛନ୍ତି। ୧୬୬ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହି […]

cmc1

cmc1

Jitendra Garnayak
  • Published: Sunday, 05 July 2020
  • Updated: 05 July 2020, 02:26 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ମହାନଗର ନିଗମ (ସିଏମ୍‌ସି) ଅଞ୍ଚଳରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ସିଏମ୍‌ସି ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ରେ ପହଞ୍ଚିଥିବା ବେଳେ ମାତ୍ର ୨୨ ଜଣ ସୁସ୍ଥ ହୋଇଛନ୍ତି। ୧୬୬ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।

୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହି ୪୬ ଜଣଙ୍କ ମଧ୍ୟରୁ ୩୮ ଜଣ ହେଉଛନ୍ତି ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ର ରୋଗୀ ଓ ଆଟେଣ୍ଡାଣ୍ଟ୍, ଯେଉଁମାନେ ଆଇସୋଲେସନ୍ ୱାର୍ଡରେ ଥିଲେ। ସେହିପରି ଆଉ ୩ ଜଣ ହେଉଛନ୍ତି କୋଭିଡ୍ ଯୋଦ୍ଧା। ଆଉ ୫ଟି ହେଉଛି ମାଲିସାହି କଣ୍ଟାକ୍ଟସ କେସ୍‌।

ବାକି ୨୮ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ୧୩ ଜଣ ମାଳିସାହି। ସେମାନଙ୍କ ମଧ୍ୟରେ ୮ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି। ସେହିପରି ୧୧ଟି କେସ୍ ମାଣିକଘୋଷ ବଜାରର। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos