Advertisment

ଆରୋଗ୍ୟ ହେଲେ ୭୫ ‘କରୋନା’ ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଆଉ ୭୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କ ଭିତରୁ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, କନ୍ଧମାଳ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ବୌଦ୍ଧ, ସମ୍ୱଲପୁର, ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର […]

ଅଦ୍ୟତନ ହୋଇଛି
ଆରୋଗ୍ୟ ହେଲେ ୭୫ ‘କରୋନା’ ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

novel corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଆଉ ୭୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କ ଭିତରୁ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, କନ୍ଧମାଳ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ବୌଦ୍ଧ, ସମ୍ୱଲପୁର, ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

ଆଜି ୬୭ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ବେଳେ ୭୫ ଜଣ ସୁସ୍ଥ ହୋଇଛି। ୧୦ଟି ଜିଲ୍ଲାରେ ଆକ୍ରାନ୍ତ ହୋଇଥିବା ଏହି ୬୭ ଜଣ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ଏହାଛଡ଼ା ନୟାଗଡ଼ ଜିଲ୍ଲାରୁ ୭ ଜଣ, ସୋନପୁରରୁ ୪ ଜଣ, ବଲାଙ୍ଗିର, ଜଗତସିଂହପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଓ କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

https://twitter.com/HFWOdisha/status/1265933420015861763?s=20

ଆଜି ସୁଦ୍ଧା ରାଜ୍ୟରେ ୧୬୬୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୬୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Advertisment
Corona In Odisha Coronavirus Coronavirus Cases Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe