Advertisment

ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୪୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୬୧ ଜଣ ଚିକିତ୍ସାଧୀନ ଅଛନ୍ତି। ୭୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୋନପୁରର ଅଛନ୍ତି। ଏହା ସହିତ ସୋନପୁର ଜିଲ୍ଲାରକୁ କରୋନା […]

ଅଦ୍ୟତନ ହୋଇଛି
ଆଉ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୨୪୫ରେ ପହଞ୍ଚିଲା ସଂଖ୍ୟା

corona1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୪୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୬୧ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

୭୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୋନପୁରର ଅଛନ୍ତି। ଏହା ସହିତ ସୋନପୁର ଜିଲ୍ଲାରକୁ କରୋନା ଛୁଇଁଛି। ଏହା ସହିତ ରାଜ୍ୟର ୨୯ଟି ଜିଲ୍ଲାରେ କରୋନା ଭୂତାଣୁ ପ୍ରବେଶ କରିଛି।

ଏହି ୭୯ ଜଣଙ୍କ ମଧ୍ୟରୁ ୭୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ୮ ଜଣ ସ୍ଥାନୀୟ ଅଞ୍ଚଳର। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୬ ଜଣ ଅଛନ୍ତି। ସେହିପରି ବଲାଙ୍ଗିରରୁ ୧୪ ଜଣ, କେନ୍ଦୁଝରରୁ ୮, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, ଗଞ୍ଜାମରୁ ୫, ନୟାଗଡ଼ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି।  ବାଲେଶ୍ୱର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୨,  ଅନୁଗୋଳ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

Advertisment

କଟକ ଜିଲ୍ଲାରେ ନୂଆ ୧୬ ଚିହ୍ନଟ ହେବା ପରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ମାତ୍ର ୩ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗିରରେ ୧୪ ଜଣ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ (୪ ସୁସ୍ଥ, ୧୭ ଚିକିତ୍ସାଧୀନ)କୁ ବୃଦ୍ଧି ପାଇଛି। କନ୍ଧମାଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ (ସମସ୍ତେ ଚିକିତ୍ସାଧୀନ)କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ସହିତ କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ଢେଙ୍କାନାଳରେ ମୋଟ କରୋନ ରୋଗୀଙ୍କ ସଂଖ୍ୟା ଯଥାକ୍ରମେ ୬୧ (୨୨ ସୁସ୍ଥ), ୩୫୮ (୨୪୮ ସୁସ୍ଥ), ୪୮ (୪ ସୁସ୍ଥ) ଓ ୭ (୧ ସୁସ୍ଥ)ରେ ପହଞ୍ଚିଛି।

ବାଲେଶ୍ୱର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୧୩୭ (୯୧ ସୁସ୍ଥ), ୮୬ (୫୧ ସୁସ୍ଥ) ଓ ୮୫ (୧୪ ସୁସ୍ଥ)ରେ ପହଞ୍ଚିଛି।

୨ ନୂଆ ଆକ୍ରାନ୍ତଙ୍କ ସହିତ ଯାଜପୁର ଜିଲ୍ଲାରେ ମୋଟ ସଂଖ୍ୟା ୨୪୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ଅନୁଗୋଳ ଓ ଝାରସୁଗୁଡ଼ାରେ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୨୫ ଓ ୬ରେ ପହଞ୍ଚିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe