ରାଜ୍ୟରେ ସୁସ୍ଥ ହେଲେ ଆଉ ୮୧୮୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୮୭

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ମହାମାରୀ କରୋନାରୁ ଆଜି ୮୧୮୨ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୦୪୯୮୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୮୭ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୮୬୭, ଅନୁଗୋଳରୁ ୭୪୫, ଯାଜପୁରରୁ ୫୧୬, ବାଲେଶ୍ୱରରୁ ୪୨୩, ନୟାଗଡ଼ରୁ […]

corona

Ranjit Kumar Jena
  • Published: Monday, 14 June 2021
  • , Updated: 14 June 2021, 10:08 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ମହାମାରୀ କରୋନାରୁ ଆଜି ୮୧୮୨ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୮୦୪୯୮୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୮୭ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୮୬୭, ଅନୁଗୋଳରୁ ୭୪୫, ଯାଜପୁରରୁ ୫୧୬, ବାଲେଶ୍ୱରରୁ ୪୨୩, ନୟାଗଡ଼ରୁ ୪୧୮, ଜଗତସିଂହପୁରରୁ ୩୯୭, ମୟୂରଭଞ୍ଜରୁ ୩୬୭, ଢେଙ୍କାନାଳରୁ ୩୩୨, ପୁରୀରୁ ୩୦୪, ବୌଦ୍ଧରୁ ୩୦୩, ସୁନ୍ଦରଗଡ଼ରୁ ୨୬୭, କୋରାପୁଟରୁ ୨୪୨, ଭଦ୍ରକରୁ ୨୩୭, କେନ୍ଦ୍ରାପଡ଼ାରୁ ୨୨୪ ଜଣ ଆରୋଗ୍ୟ ହୋଇଛନ୍ତି ।

ସେହିପରି ବରଗଡ଼ରୁ ୧୮୨, ନବରଙ୍ଗପୁରରୁ ୧୭୧, କଳାହାଣ୍ଡିରୁ ୧୬୪, କେନ୍ଦୁଝରରୁ ୧୧୪, ରାୟଗଡ଼ାରୁ ୧୧୦, ସମ୍ବଲପୁରରୁ ୧୦୨, ମାଲକାନଗିରିରୁ ୯୭, ବଲାଙ୍ଗିର ୮୮, ସୋନପୁରରୁ ୮୪, ଝାରସୁଗୁଡ଼ାରୁ ୬୯, କନ୍ଧମାଳରୁ ୬୭, ଗଞ୍ଜାମରୁ ୫୫, ଗଜପତିରୁ ୪୫, ଦେବଗଡ଼ରୁ ୩୦, ନୂଆପଡ଼ାରୁ ୩୦ ଓ ଷ୍ଟେଟ୍ ପୁଲରୁ ୧୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1404416957105901574?s=20

https://twitter.com/HFWOdisha/status/1404416962214522883?s=20

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୩୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୬୪ଟି ହେଉଛି ଲୋକାଲ୍‌ କେସ୍‌। ରାଜ୍ୟ ସରକାରଙ୍କ ସୂଚନା ଅନୁଯାୟୀ, ୪୩୩୯ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୦ ଜଣ ଓ କଟକରୁ ୪୮୦ ଜଣ ଚି଼ହ୍ନଟ ହୋଇଛନ୍ତି।

Related story