ଆଉ ୮୬ କରୋନା ପଜିଟିଭ୍ ଚିହ୍ନଟ, ୧୨ ଶହ ପାଖାପାଖି ହେଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ୭୮୯ ଜଣ ଚିକିତ୍ସାଧୀନ ଅଛନ୍ତି। ନୂଆ କରି ଚିହ୍ନଟ ହୋଇଥିବା ଏହି ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ […]

corona

Jitendra Garnayak
  • Published: Friday, 22 May 2020
  • , Updated: 22 May 2020, 12:00 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ୭୮୯ ଜଣ ଚିକିତ୍ସାଧୀନ ଅଛନ୍ତି।

ନୂଆ କରି ଚିହ୍ନଟ ହୋଇଥିବା ଏହି ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେହିପରି ୫ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଜଣେ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସେହିପରି ଏହି ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଅଛନ୍ତି ଯାଜପୁର ଜିଲ୍ଲାର। ଏଠାରେ ଆଉ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ଆଉ ୧୧ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ୬, ଗଞ୍ଜାମରୁ ୫, ବାଲେଶ୍ୱରରୁ ୩, ଭଦ୍ରକରୁ ୩, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୩, ପୁରୀରୁ ୩, ବଲାଙ୍ଗୀରରୁ ୨ ଓ ସୁନ୍ଦରଗଡ଼ରୁ ଜଣେ ଅଛନ୍ତି।

୪୬ ନୂଆ ଆକ୍ରାନ୍ତଙ୍କ ସହିତ ଯାଜପୁର ଜିଲ୍ଳାରେ ମୋଟ ସଂଖ୍ୟା ୨୨୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି। କଟକ ଜିଲ୍ଲାରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି।

ନୟାଗଡ଼ରେ ଆଉ ୬ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୨୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କେବଳ ଜଣେ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ପୁଣି ୫ ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨ ହୋଇଛି। ସେମାନଙ୍କ ମଧ୍ୟରୁ ୧୫୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୬୫ ଜଣ ଚିକିତ୍ସାଧୀନ ଅଛନ୍ତି। ଏଠାରେ ୩ ଜଣଙ୍କ ମୃତ୍ୟୁ ବି ଘଟିଛି।

ବାଲେଶ୍ୱରରୁ ଆଉ ୩ଟି ନୂଆ କେସ୍ ଆସିଛି। ଏଠାରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଥିବା ବେଳେ ୪୨ ଜଣ ସୁସ୍ଥ ହୋଇସାରିଲେଣି।ଭଦ୍ରକରେ ୩ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇସାରିଛନ୍ତି।

କେନ୍ଦୁଝରରେ ନୂଆ ୩ ଆକ୍ରାନ୍ତଙ୍କ ସହିତ ମୋଟ ସଂଖ୍ୟା ୧୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୭୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।

ପୁରୀରେ ନୂଆ ୩ ଆକ୍ରାନ୍ତଙ୍କ ସହ ମୋଟ ସଂଖ୍ୟା ୪୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କେବଳ ୩ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରେ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୨୮ ଛୁଇଁଛି। ଏଠାରେ ୧୫ ଜଣ ସୁସ୍ଥ ହୋଇସାରିଲେଣି।

Related story