ରାଜ୍ୟରେ ଅର୍ଦ୍ଧାଧିକ ‘କରୋନା’ ଆକ୍ରାନ୍ତ ସୁସ୍ଥ; କେଉଁ ଜିଲ୍ଲାରେ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯୦ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେମାନଙ୍କ ଭିତରୁ ଜଗତସିଂହପୁରରୁ ୨୩, ଯାଜପୁରରୁ ୨୨, ଭଦ୍ରକରୁ ୨୧, ଗଞ୍ଜାମରୁ ୧୫, କଟକରୁ ୩, ଖୋର୍ଦ୍ଧା ଓ ସମ୍ୱଲପୁରରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ଅଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
Another 90 #Covid19 patients have recovered and are being discharged.
23 from Jagatsinghpur
22 from Jajpur
21 from Bhadrak
15 from Ganjam
3 from Cuttack
2 each from Khurda & Sambalpur
1 each from Balasore and Nayagarh.The total recovered cases of #Odisha now stand at 977.
— H & FW Dept Odisha (@HFWOdisha) May 29, 2020
ଆଜି ସକାଳେ ରାଜ୍ୟରେ ୬୩ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ। ସେଥିରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୧୧, ଗଞ୍ଜାମରୁ ୪, ବାଲେଶ୍ୱର ଓ କଟକରୁ ୩ ଲେଖାଏଁ, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬ ଓ ସୁନ୍ଦରଗଡ଼ରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀ, ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସମଗ୍ର ରାଜ୍ୟର ଚିତ୍ରକୁ ଦେଖିରେ ଆଜି ସୁଦ୍ଧାରେ ‘କରୋନା’ରେ ୧୭୨୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୩୭ ଜଣ କରୋନାରେ ଆକ୍ରାନ୍ତ ହୋଇ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।