ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ରେ କୁହାଯାଇଛି- ଜଣେ ୫୦ ବର୍ଷୀୟ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ଗଞ୍ଜାମ ଜିଲ୍ଲାର। ସେ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ।
ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ସେ ଡାଇବେଟିସ୍, ହାଇପରଟେନ୍ସନ୍ ଓ କିଡ୍ନୀ ରୋଗରେ ପୀଡ଼ିତ ଥିଲେ।
Regret to report that a 50-year male Covid positive patient of Ganjam district passed away while under treatment in hospital.
He was suffering from underlying co-morbidities of Diabetes, Hypertension, Chronic Kidney disease and Chronic Obstructive Pulmonary Disease.
— H & FW Dept Odisha (@HFWOdisha) June 14, 2020
ଏହି ବ୍ୟକ୍ତିଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୬ ଜଣ ହୋଇଥିବା ବେଳେ ଖୋର୍ଦ୍ଧାର ୪ ଜଣ ଓ କଟକର ଜଣେ। ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଥିବା ବେଳେ ୨୫୯୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧୩୦୧ ଜଣ ଚିକିତ୍ସାଧୀନ ଅଛନ୍ତି।