ରାଜ୍ୟରେ କରୋନା ନେଲା ଆଉ ଗୋଟିଏ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୨ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଅଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି, ମୃତକଙ୍କ ବୟସ ୬୦ ବର୍ଷ। ସେ ଜଣେ ପୁରୁଷ। ସେ ପୁରୀ ଜିଲ୍ଲାର। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ହେବ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିଲେ। Regret to […]

corona-9

Niharika Rout
  • Published: Saturday, 20 June 2020
  • , Updated: 20 June 2020, 11:56 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଅଯାଇଛି।

ବିଭାଗ ପକ୍ଷରୁ କୁହାଯାଇଛି, ମୃତକଙ୍କ ବୟସ ୬୦ ବର୍ଷ। ସେ ଜଣେ ପୁରୁଷ। ସେ ପୁରୀ ଜିଲ୍ଲାର। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ହେବ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିଲେ।

ରାଜ୍ୟରେ ପୂର୍ବରୁ ୧୧ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୬ କରୋନା ରୋଗୀ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୪ ଓ କଟକରେ ଜଣଙ୍କର କରୋନା ଯୋଗୁ ମୃତ୍ୟୁ ହୋଇଥିଲା। ଏହାବ୍ୟତୀତ ଆଉ ୩ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଥିବା ବେଳେ ୩୨୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେମାନଙ୍କ ବ୍ୟତୀତ ୧୫୪୩ଜଣ ଏବେ ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।

Related story