ମାର୍କେଟ ବିଲ୍ଡିଂ ଗଣ୍ଡଗୋଳ ଘଟଣାରେ ଆଉ ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ଗଣ୍ଡଗୋଳ ମାମଲାରେ ଆଉ ୪ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ୍। ଏହା ସହିତ ଏହି ଘଟଣାରେ ପୁଲିସ୍ ମୋଟ ୨୨ ଜଣଙ୍କୁ ଗିରଫ କରି ସାରିଲାଣି। ଏବେ ଗିରଫ ହୋଇଥିବା ୪ ଜଣଙ୍କ ମଧ୍ୟରୁ ସମସ୍ତେ ନାବାଳକ।  ଏମାନେ ସ୍କୁଲ, କଲେଜରେ ପଢୁଥିବା ସୂଚନା ମିଳିଛି। ଆଗରୁ କମିଶନରେଟ ପୁଲିସ୍‌ ଏହି ମାମଲାରେ ୧୮ ଜଣଙ୍କୁ ଧରିଥିଲା। ଗତ ଶୁକ୍ରବାର ସଂଧ୍ୟାରେ ୨୫-୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ […]

arrest

arrest

Jyoshna Pradhan
  • Published: Sunday, 12 January 2020
  • Updated: 12 January 2020, 12:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ଗଣ୍ଡଗୋଳ ମାମଲାରେ ଆଉ ୪ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ୍। ଏହା ସହିତ ଏହି ଘଟଣାରେ ପୁଲିସ୍ ମୋଟ ୨୨ ଜଣଙ୍କୁ ଗିରଫ କରି ସାରିଲାଣି।

ଏବେ ଗିରଫ ହୋଇଥିବା ୪ ଜଣଙ୍କ ମଧ୍ୟରୁ ସମସ୍ତେ ନାବାଳକ।  ଏମାନେ ସ୍କୁଲ, କଲେଜରେ ପଢୁଥିବା ସୂଚନା ମିଳିଛି। ଆଗରୁ କମିଶନରେଟ ପୁଲିସ୍‌ ଏହି ମାମଲାରେ ୧୮ ଜଣଙ୍କୁ ଧରିଥିଲା।

ଗତ ଶୁକ୍ରବାର ସଂଧ୍ୟାରେ ୨୫-୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ଆତଙ୍କରାଜ କରିଥିଲେ। ଉଠା ଦୋକାନ ଭାଙ୍ଗିବା ସହିତ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ।  ହକିଷ୍ଟିକ, ଠେଙ୍ଗା ଓ ଭୂଜାଲି ଧରି ବେଶ୍ କିଛି ସମୟ ପର୍ଯ୍ୟନ୍ତ ପୂରା ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିଲେ। ଆକ୍ରମଣରେ ୧୦୦ରୁ ଅଧିକ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଏମାନଙ୍କ ଉତ୍ପାତରେ ମାର୍କେଟରେ ଥିବା ସାଧାରଣ ଲୋକେ ଓ ଗ୍ରାହକ ପ୍ରାଣ ବିକଳରେ ଏଣେ ତେଣେ ଦୌଡ଼ିଥିଲେ। ଏହା ଜନବହୁଳ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହୋଇଥିଲେ ମଧ୍ୟ ଦୁର୍ବୃତ୍ତମାନେ ବେଶ୍ କିଛି ସମୟ ଧରି ଅରାଜକତା ଚଳାଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos